ପ୍ରଥମାଷ୍ଟମୀ | |
---|---|
ହଳଦୀପତ୍ର ବ୍ୟବହୃତ ଏଣ୍ଡୁରୀ ପିଠା | |
ଅନ୍ୟ ନାମ | ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ, ପାପ-ନାଶିନୀ ଅଷ୍ଟମୀ |
ପାଳନକାରୀ | ଓଡ଼ିଶାର ଲୋକ |
ତାରିଖ | ମାର୍ଗଶିର କୃଷ୍ଣ ଅଷ୍ଟମୀ |
୨୦୨୪ ତାରିଖ | ୨୩ ନଭେମ୍ବର (ଶନିବାର) |
୨୦୨୫ ତାରିଖ | |
ପୁନଃପୌନିକତା | ବାର୍ଷିକ |
ପ୍ରଥମାଷ୍ଟମୀ (ଅଥବା ପଢୁଆଁଷ୍ଟମୀ, ପୋଢୁଆଁଷ୍ଟମୀ) ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପାଳନ କରାଯାଏ I[୧] ଏହା ଓଡ଼ିଶାର ଏକ ପାରମ୍ପରିକ ପର୍ବ । ଏହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ ବା ପାପ-ନାଶିନୀ ଅଷ୍ଟମୀ ଭାବେ ମଧ୍ୟେ ନାମିତ ।[୨] ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ, ଏହି ମାସରୁ ବର୍ଷାରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି କୁହାଯାଇଅଛି । ଏ ଦିନ ବଂଶର ପ୍ରଥମ ଜାତ ସନ୍ତାନ (ପୁଅ ବା ଝିଅ)ଙ୍କୁ [୩]ନୂଆ ପୋଷାକ ପିନ୍ଧାଇ, ବନ୍ଦାପନା କରାଯାଏ I ଏହା ଭୁବନେଶ୍ୱର ଲିଙ୍ଗରାଜ ମହାପ୍ରଭୁଙ୍କର ଗୋଟିଏ ଯାତ୍ରା ଦିବସ ।[୪]
ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହି ଦିନ ସେମାନଙ୍କର ଦୀର୍ଘଜୀବନ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି ।[୫] ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନାନ୍ତେ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା’ମାନେ ତାଙ୍କୁ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି । ପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି I ‘ପଢୁଆଁ’ ଶବ୍ଦଟି ‘ପ୍ରଥମା’ର ଅପଭ୍ରଂଶ ।
ପରମ୍ପରା ଅନୁଯାୟୀ ଏହି ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁ ଘରୁ ଆସିଥାଏ ।[୬] ଏହିଦିନ ମାମୁଁମାନେ ନୂଆଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଭଣଜା ଭାଣିଜୀ ଘରକୁ ଯାଇ ପଢୁଆଁ କରନ୍ତି । ସେଥିପାଇଁ ମାମୁଁଙ୍କୁ ଶ୍ରଦ୍ଧା ଓ ପରିହାସରେ ଅଷ୍ଟମୀ ବନ୍ଧୁ ବୋଲି କୁହାଯାଏ I ଅବଶ୍ୟ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ଘରର ଜ୍ୟେଷ୍ଠପୁତ୍ର ବା ଜ୍ୟେଷ୍ଠକନ୍ୟାକୁ ନୂଆ ଲୁଗାପଟା ବାପ ମାଆମାନେ ପିନ୍ଧେଇଥାନ୍ତି ।
ଏହିବିଧିରେ ସାମାଜିକ ଓ ପାରିବାରିକ ବନ୍ଧନ, ଶୃଙ୍ଖଳା ଓ ଆଦର୍ଶବୋଧ ଅତିମାତ୍ରାରେ ନିହିତ ରହିଛି । ଜ୍ୟେଷ୍ଠପୁତ୍ର, ପରିବାରରେ ପିତା ସମାନ । ପିତାଙ୍କ ଅନ୍ତେ କିମ୍ବା ପିତାଙ୍କ ଅକର୍ତ୍ତବ୍ୟରେ ଘର ଚଳାଇବା ଓ ଅନ୍ୟ ସନ୍ତାନ (ଭାଇ ଭଉଣୀ)ମାନଙ୍କୁ ପ୍ରତିପୋଷଣ କରିବା ଦାୟିତ୍ୱ ଜ୍ୟେଷ୍ଠ ପୁତ୍ର ଉପରେ ପଡ଼ିଥାଏ ।[୭] ତେଣୁ ତାକୁ ସମସ୍ତେ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରଥମାଷ୍ଟମୀ ଓ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ପ୍ରଥମ ସନ୍ତାନ ବା ଜ୍ୟେଷ୍ଠ ସନ୍ତାନକୁ ପୂଜା ବନ୍ଦାପନା କରିବାର ବିଧି ଆମ ସମାଜରେ ପ୍ରଚଳିତ ।
ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏନାହିଁ I କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ପ୍ରସିଦ୍ଧ । [୮]
ଓଡ଼ିଶାରେ ପ୍ରଥମାଷ୍ଟମୀ ଦିନ ଭୁବନେଶ୍ୱର ଲିଙ୍ଗରାଜ ମହାପ୍ରଭୁଙ୍କର ମାମୁଁଘର ଯାତ୍ରା ହୋଇଥାଏ । ଲିଙ୍ଗରାଜ ମହାପ୍ରଭୁ ଏହିଦିନ ତାଙ୍କ ମାମୁଁଘର ରୂପେ ପରିଚିତ କପାଳିମଠ (ଲିଙ୍ଗରାଜ ମନ୍ଦିର ସଂଲଗ୍ନ)କୁ ଯାଆନ୍ତି ପଢୁଆଁ ହେବା ପାଇଁ । ଏହିମଠର ଆରାଧ୍ୟ ଦେବତା ‘ବରୁଣେଶ୍ୱର’ ଓ ‘ବନଦେବ’ । ଏ ଦୁହେଁ ଲିଙ୍ଗରାଜଙ୍କର ମାମୁଁ- ମାଇଁ ରୂପେ ପ୍ରଖ୍ୟାତ । ଏହି ମଠ ହତାରେ ଗୋଟିଏ ପୁଷ୍କରିଣୀ ରହିଛି । ତାହା ପାପନାଶିନୀ ରୂପେ ପରିଚିତ ।[୯] ‘ପ୍ରଥମାଷ୍ଟମୀ ଦିନ ଏହି ପୁଷ୍କରିଣୀର ଜଳ ପାନକଲେ ପାପକ୍ଷୟ ହୁଏ ଓ ବନ୍ଧ୍ୟାନାରୀ ସନ୍ତାନବତୀ ହୁଅନ୍ତି ’ ବୋଲି ପ୍ରବାଦ ଅଛି ।
ପ୍ରଥମାଷ୍ଟମୀର ଅନ୍ୟ ନାମ ‘ସୌଭାଗିନୀ ଅଷ୍ଟମୀ’ । ପୂର୍ବେ ଏହିଦିନ ସୌଭାଗିନୀ ଦେବୀଙ୍କର ପୂଜା ସମ୍ଭବତଃ ପ୍ରଚଳିତ ଥିଲା । କୃଷକ ସନ୍ତାନ ଲାଭ କରିଛି ଏବଂ ଶସ୍ୟ ମଧ୍ୟ ପାଇଛି କିମ୍ବା ଶସ୍ୟ ରୂପକ ସନ୍ତାନ ମଧ୍ୟ ସେ ଲାଭ କରିଛି- ଏହା ଅତ୍ୟନ୍ତ ସୌଭାଗ୍ୟର କଥା । କୃଷକର ମନ ଏଥିଲାଗି ଆନନ୍ଦିତ ଓ ଉଲ୍ଲସିତ । ସେ ଅତି ଆନନ୍ଦରେ ଏହି ତିଥିକୁ ସୌଭାଗିନୀ ଅଷ୍ଟମୀ ରୂପେ ପାଳି ଆସିଛି । ଏହି ପ୍ରଥମାଷ୍ଟମୀକୁ ‘କାଳ ଭୈରବାଷ୍ଟମୀ’ ମଧ୍ୟ କୁହାଯାଏ ।[୧୦] ଏହିଦିନ କାଳ ଭୈରବଙ୍କର ବ୍ରତ [୧୧]ଓ ପୂଜାର ପ୍ରଚଳନ ଥିଲା । ଏବେ ଏହିପୂଜା ଲୁପ୍ତ । ସ୍କନ୍ଧ ପୁରାଣର କୋଶୀଖଣ୍ଡରେ ଉଲ୍ଲେଖ ଅଛି, ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ କାଳଭୈରବୀଙ୍କ ନିକଟରେ ବ୍ରତ, ଉପବାସ ଓ ଜାଗରଣ ଆଦି ସମ୍ପାଦନ କଲେ ପ୍ରାଣୀମାନେ ସର୍ବପାପରୁ ମୁକ୍ତ ହୁଅନ୍ତି ।
ତନ୍ତ୍ରସାଧକମାନଙ୍କ ସାଧନା ସମୟରେ ଯେଉଁ ଉଲ୍ଲେଖ ତନ୍ତ୍ର ପରମ୍ପରାରେ ରହିଛି, ସେଥି ମଧ୍ୟରେ ଏହି ପ୍ରଥମାଷ୍ଟମୀର ରାତ୍ରି ବିଶେଷ ଉଲ୍ଲେଖନୀୟ । ତାନ୍ତ୍ରିକ ଭାଷାରେ ଏହାର ନାମ ‘ଘୋରରାତ୍ର’ I ନବଦୁର୍ଗାଙ୍କ ମଧ୍ୟରୁ କାଳରାତ୍ରି ଅନ୍ୟତମା । ଆଦ୍ୟାଶକ୍ତି କାଳରାତ୍ରି ରୂପେ ଏହିଦିନ ଅବତୀର୍ଣ୍ଣା ହୋଇଥିଲେ । ତନ୍ତ୍ର ସମ୍ବନ୍ଧୀୟ ବିଭିନ୍ନ ଶାସ୍ତ୍ରରେ ଏହି ବିଷୟରେ ଉଲ୍ଲେଖ ଅଛି । ଅତୀତରେ ବହୁ ସ୍ଥାନରେ ଭୈରବ ଓ ଭୈରବୀଙ୍କୁ ପୂଜା କରାଯାଉଥିଲା ।
ପ୍ରଥମାଷ୍ଟମୀର ଅନ୍ୟନାମ ପଢୁଆଁଅଷ୍ଟମୀ ବା ପୋଢ଼ୁଁଆ ଅଷ୍ଟମୀ l ଗ୍ରାମୀଣ ଭାଷାରେ କେହି କେହି ଅଷ୍ଟମୀକୁ ଅଷ୍ଟେଇଁ ମଧ୍ୟ କହି ଥାନ୍ତି l ଏହା ପୂର୍ବରୁ ଘରେ କୌଣସି ପର୍ବ ଅନୁଷ୍ଠିତ ହୁଏ ନାହିଁ l ଏପରିକି ପ୍ରଥମା- ଷ୍ଟମୀ ପୂର୍ବରୁ ପଡୁଥିବା ଗୁରୁବାର ମାଣ ବସା ଲକ୍ଷ୍ମୀ ପୂଜାକୁ ନିଷିଦ୍ଧ କରା ଯାଇଛି l ଲକ୍ଷ୍ମୀ ପୁରାଣରେ କୁହାଯାଇଛି :-
"ଅଷ୍ଟମୀ ନୋହୁଁଣୁ ଯେବେ ଗୁରୁବାର ହୋଇ l
ପୂଜିଲେ ହେଁ ମହାଲକ୍ଷ୍ମୀ ପୂଜା ନ ଘେନଇ ll"[୧୨]
The celebration falls on the eighth day of the dark fortnight of the lunar month of Margashira.
This festival is celebrated for the well being of the first born in the family, whether boy or girl
Prathamastami celebration is arriving with all it's fragrance and aroma for the eldest child of the family.[permanent dead link]
The mother or any other elderly lady wishes him /her long-life and good health by praying Sasthi Debi.
the maternal uncle sends the items necessary for the ritual,
The social significanc of this festival is that the first-borns are brighter and it is ultimately they who take up the burden of the family after the death of the parents.
'Enduri Pitha' a traditional delicacy of Orissa to showcase the medicinal properties of turmeric plant was prepared in most Oriya households on Monday to mark the celebration of 'Prathamashtami'
at the Lingaraj Temple in Bhubaneswar. Here the deity is taken out in a palanquin to a tank called 'Papanasini' in the temple complex.
Kala Bhairav Jayanti (also called as Maha Kalashtami / Kala Bhairav Ashtami) is celebrated on the Kishna Paksha Ashtami of the Mrugashira month.
Kalashtami, or Maha kalaBhairavashtami, is the most auspicious day dedicated to Lord Kala Bhairava.