ବିଜୁ ପଟ୍ଟନାୟକ | |
---|---|
![]() ବିଜୁ ପଟ୍ଟନାୟକ | |
ବିରୋଧୀ ଦଳ ନେତା, ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୩ ମାର୍ଚ୍ଚ ୧୯୯୫ – ୨୦ ମଇ ୧୯୯୬ | |
ପର ଅଧିକାରୀ | ଅଶୋକ କୁମାର ଦାସ |
ମୁଖ୍ୟମନ୍ତ୍ରୀ, ଓଡ଼ିଶା | |
କାର୍ଯ୍ୟକାଳ ୫ ମାର୍ଚ୍ଚ ୧୯୯୦ – ୧୫ ମାର୍ଚ୍ଚ ୧୯୯୫ | |
ପୂର୍ବ ଅଧିକାରୀ | ହେମାନନ୍ଦ ବିଶ୍ୱାଳ |
ପର ଅଧିକାରୀ | ଜାନକୀ ବଲ୍ଲଭ ପଟ୍ଟନାୟକ |
ନିର୍ବାଚନ ମଣ୍ଡଳୀ | ଭୁବନେଶ୍ୱର |
ବିରୋଧୀ ଦଳ ନେତା, ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୨ ମାର୍ଚ୍ଚ ୧୯୮୫ – ୦୩ ମାର୍ଚ୍ଚ ୧୯୯୦ | |
ପୂର୍ବ ଅଧିକାରୀ | ଶରତ କୁମାର ଦେବ |
ନିର୍ବାଚନ ମଣ୍ଡଳୀ | ଭୁବନେଶ୍ୱର |
କେନ୍ଦ୍ରମନ୍ତ୍ରୀ, କୋଇଲା-ଇସ୍ପାତ ଓ ଖଣି ବିଭାଗ | |
କାର୍ଯ୍ୟକାଳ ମାର୍ଚ୍ଚ ୧୯୭୭ – ଜାନୁଆରୀ ୧୯୮୦ | |
ପ୍ରଧାନ ମନ୍ତ୍ରୀ | ମୋରାରଜୀ ଦେଶାଇ |
ନିର୍ବାଚନ ମଣ୍ଡଳୀ | କେନ୍ଦ୍ରାପଡ଼ା |
ବିରୋଧୀ ଦଳ ନେତା, ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୦୯ ଫେବୃଆରୀ ୧୯୭୩ – ୨୪ ମାର୍ଚ୍ଚ ୧୯୭୭ | |
ପୂର୍ବ ଅଧିକାରୀ | ରାଜେନ୍ଦ୍ର ନାରାୟଣ ସିଂହଦେଓ |
ପର ଅଧିକାରୀ | ରାମ ପ୍ରସାଦ ମିଶ୍ର |
ମୁଖ୍ୟମନ୍ତ୍ରୀ, ଓଡ଼ିଶା | |
କାର୍ଯ୍ୟକାଳ ୨୩ ଜୁନ ୧୯୬୧ – ୨ ଅକ୍ଟୋବର ୧୯୬୩ | |
ପୂର୍ବ ଅଧିକାରୀ | ହରେକୃଷ୍ଣ ମହତାବ |
ପର ଅଧିକାରୀ | ବୀରେନ ମିତ୍ର |
ନିର୍ବାଚନ ମଣ୍ଡଳୀ | ଚୌଦ୍ୱାର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ବିଜୟାନନ୍ଦ ପଟ୍ଟନାୟକ ୫ ମାର୍ଚ୍ଚ ୧୯୧୬ କଟକ, ଓଡ଼ିଶା |
ମୃତ୍ୟୁ | ୧୭ ଅପ୍ରେଲ ୧୯୯୭ ନୂଆ ଦିଲ୍ଲୀ | (ବୟସ ୮୧)
ରାଜନୀତିକ ଦଳ | ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଭାରତୀୟ ଜାତୀୟ କଂଗ୍ରେସ, ଉତ୍କଳ କଂଗ୍ରେସ |
ଜୀବନ ସାଥୀ | ଜ୍ଞାନ ପଟ୍ଟନାୟକ |
ସନ୍ତାନ | ପ୍ରେମ ପଟ୍ଟନାୟକ, ନବୀନ ପଟ୍ଟନାୟକ, ଗୀତା ମେହେଟ୍ଟା |
ଶିକ୍ଷାନୁଷ୍ଠାନ | ରେଭେନ୍ସା ମହାବିଦ୍ୟାଳୟ |
ପେଷା | ବୈମାନିକ, ରାଜନେତା |
ସନ୍ତକ | ![]() |
ବିଜୟାନନ୍ଦ ପଟ୍ଟନାୟକ (ବିଜୁ ପଟ୍ଟନାୟକ ଓ ବିଜୁ ବାବୁ ନାମରେ ମଧ୍ୟ ପରିଚିତ, ୫ ମାର୍ଚ୍ଚ ୧୯୧୬ – ୧୭ ଅପ୍ରେଲ ୧୯୯୭) ଜଣେ ଓଡ଼ିଆ ରାଜନୈତିକ ନେତା, ବୈମାନିକ ଓ ଶିଳ୍ପପତି ଥିଲେ ।[୧] ୧୯୯୦ ମାର୍ଚ୍ଚ ୫ରୁ ୧୯୯୫ ମସିହା ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ଓ ୧୯୬୧ ଜୁନ ୨୩ରୁ ୧୯୬୩ ମସିହା ଅକ୍ଟୋବର ୨ ପର୍ଯ୍ୟନ୍ତ ସେ ଦୁଇ ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ।
ପିତା ଲକ୍ଷ୍ମୀନାରାୟଣ ପଟ୍ଟନାୟକ ଓ ମାତା ଆଶାଲତା ପଟ୍ଟନାୟକଙ୍କଠାରୁ ୧୯୧୬ ମସିହା ମାର୍ଚ୍ଚ ୫ ତାରିଖ ଦିନ କଟକର ତୁଳସୀପୁରଠାରେ ତୃତୀୟ ସନ୍ତାନ ଭାବେ ଜନ୍ମ ନେଇଥିଲେ ।[୨] ସେ ରେଭେନ୍ସା କଲେଜିଏଟ ସ୍କୁଲ, କଟକଠାରେ ସ୍କୁଲଶିକ୍ଷା ସାରିଲା ପରେ ରେଭେନ୍ସା କଲେଜରେ ବିଜ୍ଞାନ ପଢ଼ିଥିଲେ । ପାଠପଢ଼ା ଜୀବନରେ ସେ ଖେଳ ପ୍ରତି ଭାରି ଇଚ୍ଛୁକ ଥିଲେ ଓ ବିଶ୍ୱବିଦ୍ୟାଳୟ ଫୁଟବଲ ଓ ଦଳର କ୍ୟାପଟେନ ରହିଆସିଥିଲେ । ତାହା ପରେ ସେ ଦିଲ୍ଲୀର ଏରୋନଟିକ୍ସ ଟ୍ରେନିଂ ଶିକ୍ଷାନୁଷ୍ଠାନରେ ବିମାନ ଉଡ଼ାଣ ଶିକ୍ଷାରେ ଯୋଗଦେଇଥିଲେ ।
ବିଜୁ ପଟ୍ଟନାୟକ ଜ୍ଞାନ ପଟ୍ଟନାୟକଙ୍କୁ ୧୯୩୮ ମସିହାରେ ବିବାହ କରିଥିଲେ ।[୩] ତାଙ୍କ ପୁଅ ନବୀନ ପଟ୍ଟନାୟକ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ। ତାଙ୍କ ଝିଅ ଗୀତା ମେହେଟା ଜଣେ ଲେଖିକା। ତାଙ୍କର ବଡ ପୁଅ ଦିଲ୍ଲୀ ରେ ଜଣେ ବ୍ୟବସାୟୀ ଭାବରେ ଅବସ୍ଥାପିତ।
ଦିଲ୍ଲୀରୁ ବିମାନ ଉଡ଼ାଣ ଶିକ୍ଷା ସମାପ୍ତ କରି ସେ ଇଣ୍ଡିଆନ ଏୟାରୱେଜରେ ପାଇଲଟ ଭାବରେ ଚାକିରି କରିଥିଲେ । ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ସେ ନିଜେ ବିମାନ ଚଳାଇ ଇଣ୍ଡୋନେସିଆର ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଆଦିଙ୍କୁ ଡଚମାନଙ୍କଠାରୁ ଉଦ୍ଧାର କରିଥିଲେ । ଏହି ଦୁଃସାହସିକ କାର୍ଯ୍ୟପାଇଁ ତାଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ "ଭୂମିପୁତ୍ର" ସମ୍ମାନରେ ସମ୍ମାନିତ କରାଯାଇଥିଲା ।[୪] ଏହି ସମ୍ମାନ ସହ, ପୁରସ୍କାର ସ୍ୱରୂପ ମିଳିଥିବା କୋଟି କୋଟି ଟଙ୍କା ସେ ଇଣ୍ଡୋନେସିଆର ଜନସାଧାରଣଙ୍କ ପାଇଁ ଉତ୍ସର୍ଗ କରିଦେଇଥିଲେ । ବିଜୁ ପଟ୍ଟନାୟକ ଚଳାଉଥିବା ଡାକୋଟା ବିମାନ ୨୦-୨୪ ଫେବୃୟାରୀ ୨୦୧୯ ମସିହାରେ ଅନୁଷ୍ଠିତ ଏୟାର ଶୋ'ରେ ପ୍ରଦର୍ଶିତ ହୋଇଥିଲା ।[୫]
ରାଜନୀତି କ୍ଷେତ୍ରରେ ବିଜୁ ପଟ୍ଟନାୟକ ତାଙ୍କ ରାଜନୈତିକ ଜୀବନ ୧୯୪୬ରେ ଆରମ୍ଭକରି ନିର୍ବିରୋଧ ଭାବେ ଓଡ଼ିଶା ବିଧାନ ସଭାକୁ ଉତ୍ତର କଟକ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ ।[୬] ୧୯୫୨ ଏବଂ ୧୯୫୭ରେ ସେ ଯଥାକ୍ରମେ ଜଗନ୍ନାଥ ପ୍ରସାଦ[୭] ଏବଂ ସୋରଡ଼ାରୁ ଜିତିଥିଲେ ।[୮] ୧୯୬୧ରେ ସେ ରାଜ୍ୟ କଂଗ୍ରେସର ସଭାପତିତ୍ୱ ଗ୍ରହଣ କରିଥିଲେ ।[୯] ତାଙ୍କ ନେତୃତ୍ୱରେ କଂଗ୍ରେସ ଦଳ ୧୪୦ରୁ ୮୨ଟି ଆସନରେ ବିଜୟ ଲାଭକରିଥିଲା । ଚୌଦ୍ୱାରରୁ ନିର୍ବାଚିତ ବିଜୁ ପଟ୍ଟନାୟକ ପ୍ରଥମ ଥର ନିମନ୍ତେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରି ୨ ଅକ୍ଟୋବର ୧୯୬୩ ପର୍ଯ୍ୟନ୍ତ ପଦବୀରେ ରହିଥିଲେ । କଂଗ୍ରେସ ପାର୍ଟିକୁ ପୁଣି ସତେଜ କରିବା ପାଇଁ ସେ କାମରାଜ ଯୋଜନାରେ ତାଙ୍କ ପଦବୀରୁ ଇସ୍ତଫା ଦେଇଥିଲେ । ବିଜୁ ବାବୁ ଓ ଇନ୍ଦିରା ଗାନ୍ଧୀଙ୍କ ମଧ୍ୟରେ ଘନିଷ୍ଠ ସମ୍ପର୍କ ଥିଲା, ହେଲେ ୧୯୬୯ ରାଷ୍ଟ୍ରପତି ନିର୍ବାଚନ ବେଳେ ତାଙ୍କ ଭିତରେ ମନୋମାଳିନ୍ୟ ହୋଇଯିବାରୁ ଓ ୧୯୭୧ରେ ହୋଇଥିବା ରାଜ୍ୟ ସଭା ନିର୍ବାଚନ ନିମନ୍ତେ କଂଗ୍ରେସ ଟିକଟ ନପାଇବାରୁ[୧୦] ସେ କଂଗ୍ରେସ ପାର୍ଟି ଛାଡ଼ି ଉତ୍କଳ କଂଗ୍ରେସ ନାମରେ ଏକ ନୂତନ ଦଳ କରିଥିଲେ।[୧୧]
୧୯୭୧ ବିଧାନ ସଭା ମତଦାନରେ ତାଙ୍କ ପାର୍ଟି ଯୁକ୍ତିଯୁକ୍ତ ଭାବେ ଭଲ କରିଥିଲା । ବିଜୁ ବାବୁ ତା ପରେ ତାଙ୍କ ପୁରୁଣା ବନ୍ଧୁ ଜୟପ୍ରକାଶ ନାରାୟଣଙ୍କ ସହିତ ସମ୍ପର୍କ ପୁନଃସ୍ଥାପନ କରିଥିଲେ ଓ ୧୯୭୪ରେ ଜଃପଃ ଆନ୍ଦୋଳନରେ ଯୋଗ ଦେଇଥିଲେ । ୧୯୭୫ରେ ଯେତେବେଳେ ଜରୁରି କାଳୀନ ସ୍ଥିତି ଘୋଷଣା ହେଲା, ବିଜୁ ପଟ୍ଟନାୟକ ପ୍ରଥମ ବ୍ୟକ୍ତି ଥିଲେ ଯିଏ ଅନ୍ୟ ବିରୋଧୀ ନେତାମାନଙ୍କ ସହ ଗିରଫ ହୋଇଥିଲେ । ୧୯୭୭ରେ ସେ ମୁକୁଳିଳେ ଓ ଲୋକ ସଭା ପ୍ରାର୍ଥୀ ହିସାବରେ କେନ୍ଦ୍ରପଡ଼ାରୁ ନିର୍ବାଚିତ ହେଲେ । ୧୯୭୯ ବେଳେ ସେ ମୋରାରଜୀ ଦେଶାଇ ଓ ଚୌଧୁରୀ ଚରଣ ସିଂହଙ୍କ ସରକାର ଅଧିନରେ ଇସ୍ପାତ ଓ ଖଣି ମନ୍ତ୍ରୀ ରହିଥିଲେ । ୧୯୮୦ରେ ବିଜୁ ବାବୁ ଲୋକ ସଭାକୁ ନିର୍ବାଚିତ ହେଲେ ଏବଂ ପୁଣି ଥରେ ୧୯୯୬ରେ ଲୋକ ସଭାକୁ ନିର୍ବାଚିତ ହେଇଥିଲେ । ୧୯୯୦ ରାଜ୍ୟ ବିଧାନ ସଭା ନିର୍ବାଚନରେ ଜନତା ଦଳ ଜିତିଲା ଏବଂ ଆଉ ଥରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ୧୯୯୫ ପର୍ଯ୍ୟନ୍ତ କାର୍ଯ୍ୟନିର୍ବାହ କରିଥଲେ । [୧୨]
ବିଜୁ ବାବୁଙ୍କ ରାଜନୈତିକ ଦୃଷ୍ଟିକୋଣ ମୁଖ୍ୟତଃ ସମାଜବାଦ ଏବଂ ସଙ୍ଘୀୟ ରାଷ୍ଟ୍ର ଶାସନ ଉପରେ ଦୃଢ଼ୀଭୂତ ଥିଲା । ସେ ଦୃଢ଼ ଭାବରେ ସବୁ ରାଜ୍ୟ ପାଇଁ ଓକିଲତି କରୁଥିଲେ ଏବଂ କହୁଥିଲେ ସବୁ ରାଜ୍ୟମାନଙ୍କୁ ଦରକାର ଅନୁସାରେ ସମାନ ସାଧନ ଦିଆଯିବା ଉଚିତ । ନେହେରୁ ତାଙ୍କୁ ସ୍ନେହରେ ଭାରତର ଦୁଃସାହସିକ ବ୍ୟକ୍ତି ବୋଲି କହିଥିଲେ ।
ସଂସଦରେ ତାଙ୍କ ସମୟରେ ନେହେରୁ ବିଜୁ ବାବୁଙ୍କ ଉଦ୍ଦେଶ୍ୟରେ କହିଥିଲେ " ବିଜୁ ପଟ୍ଟନାୟକଙ୍କ ପାଖରେ ସାହସ, ଶକ୍ତି ଓ କାମ କରିବାର ଆଗ୍ରହ ଅଛି । ତେଣୁ ଓଡ଼ିଶାକୁ ଅଧିକ ସାହାଯ୍ୟ କରିବାରେ କୌଣସି ପ୍ରମାଦ ନାହିଁ ।" [୧୨]
ସେ କଳିଙ୍ଗ ଟାଇଲ୍ସ୍, କଳିଙ୍ଗ ଟ୍ୟୁବ୍ସ୍, କଳିଙ୍ଗ ଆଇରନ ୱାର୍କ୍ସ୍, କଳିଙ୍ଗ ଏୟାରଲାଇନ୍ସ୍ ଓ କଳିଙ୍ଗ ରିଫ୍ରାକଟୋରିଜ୍ ଆଦି ନିଜ ଉଦ୍ୟମରେ ପ୍ରତିଷ୍ଠା କରିଥିଲେ । ରାଜ୍ୟର ପ୍ରଗତି ପାଇଁ ତାଙ୍କରି ଉଦ୍ୟମରେ ନିମ୍ନଲିଖିତ ଅନୁଷ୍ଠାନ ଗୁଡ଼ିକ ମଧ୍ୟ ପ୍ରତିଷ୍ଠା କରାଯାଇଥିଲା ।[୧୩]
ଓଡ଼ିଶା ସରକାର ଅନେକ ଅନୁଷ୍ଠାନକୁ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରିଅଛନ୍ତି । ଭୁବନେଶ୍ୱରରେ ଥିବା ବିଜୁ ପଟ୍ଟନାୟକ ବିମାନ ବନ୍ଦର ସେଥିମଧ୍ୟରୁ ଅନ୍ୟତମ । ତାଙ୍କ ଜନ୍ମ ଦିବସ ମାର୍ଚ ୫କୁ ପଞ୍ଚାୟତି ରାଜ ଦିବସ ଭାବରେ ପାଳନ କରାଯାଉଛି ।
ବିଜୁ ପଟ୍ଟନାୟକଙ୍କ ଜୀବନୀ ଓ ଜାତୀୟତାବୋଧ ଉପରେ "ବିଜୁ ବାବୁ" ନାମକ ଚଳଚ୍ଚିତ୍ର ୨୦୧୯ ମସିହା ମାର୍ଚ୍ଚ ମାସରେ ମୁକ୍ତିଲାଭ କରିଥିଲା ।[୧୬][୧୭]
{{cite web}}
: line feed character in |title=
at position 31 (help)
Preceded by ହରେକୃଷ୍ଣ ମହତାବ (ପ୍ରଥମ ଦଫା) ହେମାନନ୍ଦ ବିଶ୍ୱାଳ (ଦ୍ୱିତୀୟ ଦଫା) |
ଓଡ଼ିଶାର ମୁଖ୍ୟମନ୍ତ୍ରୀ ୨୮ ଜୁନ ୧୯୬୧ଠାରୁ ୨ ଅକ୍ଟୋବର ୧୯୬୩ (ପ୍ରଥମ ଦଫା) ୫ ମାର୍ଚ ୧୯୯୦ଠାରୁ ୧୫ ମାର୍ଚ ୧୯୯୫ (ଦ୍ୱିତୀୟ ଦଫା) |
Succeeded by ବୀରେନ ମିତ୍ର (ପ୍ରଥମ ଦଫା) ଜାନକୀ ବଲ୍ଲଭ ପଟ୍ଟନାୟକ (ଦ୍ୱିତୀୟ ଦଫା) |