ଗୋପୀନାଥ ମହାନ୍ତି | |
---|---|
ଜନ୍ମ | |
ମୃତ୍ୟୁ | ୨୦ ଅଗଷ୍ଟ ୧୯୯୧ | (ବୟସ ୭୭)
ଜାତୀୟତା | ଭାରତୀୟ |
ଶିକ୍ଷାନୁଷ୍ଠାନ | ରେଭେନ୍ସା ମହାବିଦ୍ୟାଳୟ, ପାଟଣା ବିଶ୍ୱବିଦ୍ୟାଳୟ |
ବୃତ୍ତି(ସମୂହ) | ଗାଳ୍ପିକ, ଔପନ୍ୟାସିକ |
ସନ୍ତାନ | ୨ |
ସମ୍ପର୍କୀୟ | କାହ୍ନୁଚରଣ ମହାନ୍ତି (ବଡ଼ ଭାଇ), ଓଁକାରନାଥ ମହାନ୍ତି (ପୁଅ), ଗୁରୁ ପ୍ରସାଦ ମହାନ୍ତି (ପୁତୁରା) |
ପୁରସ୍କାର | ଜ୍ଞାନପୀଠ ପୁରସ୍କାର |
ୱେବସାଇଟ | gopinathmohanty |
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ ।[୧] ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା[୨], ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।[୩]
ଗୋପୀନାଥ ମହାନ୍ତି କଟକ ଜିଲ୍ଲାସ୍ଥିତ ନାଗବଳି ଗାଆଁରେ ୧୯୧୪ ମସିହା ଏପ୍ରିଲ ୨୦ତାରିଖରେ ଜନ୍ମ ହୋଇଥିଲେ । ପ୍ରସିଦ୍ଧ ସାହିତ୍ୟିକ କାହ୍ନୁଚରଣ ମହାନ୍ତି ତାଙ୍କର ବଡ଼ ଭାଇ ଓ ଅନ୍ୟତମ ସାହିତ୍ୟିକ ଗୁରୁପ୍ରସାଦ ମହାନ୍ତି ତାଙ୍କ ପୁତୁରା ଥିଲେ । ବିଜୁ ପଟ୍ଟନାୟକ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଓ ଶିକ୍ଷାବିଦ୍ ଓଁକାରନାଥ ମହାନ୍ତି ତାଙ୍କର ପୁଅ । ରେଭେନ୍ସା ମହାବିଦ୍ୟାଳୟରେ ଉଚ୍ଚଶିକ୍ଷା ସରିବା ପରେ ସେ ପାଟଣା ବିଶ୍ୱବିଦ୍ୟାଳୟରୁ ୧୯୩୬ରେ ଏମ.ଏ. ଡିଗ୍ରି ହାସଲ କରିଥିଲେ ।[୪]
ଓଡ଼ିଆ ସାହିତ୍ୟରେ ସ୍ୱାଧୀନତା ପରେ ପରେ ଗୋପୀନାଥଙ୍କ ଲେଖାଲେଖି ଆରମ୍ଭ ହୋଇଥିଲା । ସେ କାଳର ସାଧାରଣ ଲୋକ, ଆଦିବାସୀ ଓ ଅନ୍ୟାନ୍ୟ ଜନଜାତିର ଗାଉଁଲି ସରଳ, ନିରଳସ ଜୀବନଧାରଣ ଆଦିକୁ ନେଇ ତାଙ୍କ ରଚନା ସମୃଦ୍ଧ ହୋଇଥିଲା । ତାଙ୍କ ଲେଖାରେ ଓଡ଼ିଆ ଚଳଣି, ସମତଳ ଓ ପାହାଡ଼ି ଜୀବନର କାହାଣୀ, ସାଧାରଣ ମଣିଷର କଥାଭାଷା ଆଦିର ବ୍ୟବହାର ଦେଖିବାକୁ ମିଳିଥାଏ ।
ସେ ୨୪ଟି ଉପନ୍ୟାସ, ୧୧ଟି କ୍ଷୁଦ୍ରଗଳ୍ପ, ୩ଟି ନାଟକ, ୨ଟି ଆତ୍ମଜୀବନୀ, ୨ଟି ନିବନ୍ଧ, କନ୍ଧ, ଗଡ଼ବା, ସଉରାଙ୍କ ଭାଷା ଉପରେ ୫ଟି ବହି ଲେଖିଥିଲେ । ଲିଓ ଟଲଷ୍ଟୟଙ୍କ "ଉଆର ଆଣ୍ଡ ପିସ"କୁ ଓଡ଼ିଆରେ ଅନୁବାଦ କରିଥିଲେ (ଯୁଦ୍ଧ ଓ ଶାନ୍ତି, ୩ଟି ଖଣ୍ଡ, ୧୯୮୫-୮୬) ଓ ତାଙ୍କର ଆଉ ଏକ ଅନୁବାଦ କୃତି ଥିଲା ଟାଗୋରଙ୍କ "ଯୋଗାଯୋଗ" (୧୯୬୫) । ୫ଟି ଗଳ୍ପକୁ ନେଇ ୧୯୫୬ ମସିହାରେ ତାଙ୍କ ରଚିତ "ଛାଇଆଲୁଅ" ଗଳ୍ପ-ସଂକଳନ ପରେ ତାଙ୍କ ମୃତ୍ୟୁର ବର୍ଷେ ପରେ ୧୯୯୨ ମସିହାରେ ୫ଟି ଅଧିକ ଗଳ୍ପକୁ ମିଶାଇ "ଛାଇଆଲୁଅ"ର ପରିବର୍ଦ୍ଧିତ ସଂସ୍କରଣ ପ୍ରକାଶ ପାଇଥିଲା ।[୩]
'ଭଲପାଇବାର ଶେଷ କଥା ' ନାମରେ ଏକ ଦୁଷ୍ପ୍ରାପ୍ୟ ଉପନ୍ୟାସ ରହିଅଛି । ୧୯୩୯ରେ ତାହା ନବଭରତାରେ ପ୍ରକାଶ ପାଇଥିଲା। ଗପ[ସମ୍ପାଦନା]
ଆତ୍ମଜୀବନୀ[ସମ୍ପାଦନା]
ଜୀବନୀ[ସମ୍ପାଦନା]
ନାଟକ[ସମ୍ପାଦନା]
|
ପ୍ରବନ୍ଧ[ସମ୍ପାଦନା]
ଅନୁବାଦ[ସମ୍ପାଦନା]
ଭାଷା ଭିତ୍ତିକ[ସମ୍ପାଦନା]
|
ଗୋପୀନାଥଙ୍କ ୪ଟି ଉପନ୍ୟାସ- ପରଜା, ଦାନାପାଣି, ଲୟ ବିଲୟ, ଦାଦି ବୁଢ଼ା ଇଂରାଜୀରେ ଅନୁବାଦ କରାଯାଇଛି । ପ୍ରଥମ ତିନୋଟି ବିକାମ କେଶରୀ ଦାସ ଓ ଶେଷଟି ଅରୁଣ କୁମାର ମହାନ୍ତିଙ୍କଦ୍ୱାରା ଅନୁବାଦ କରାଯାଇଛି । ଫେବର ଆଣ୍ଡ ଫେବର (ଇଉ. କେ.) ଓ ଅକ୍ସଫୋର୍ଡ଼ ଇଉନିଭର୍ସିଟି ପ୍ରେସ (ଭାରତ)ଦ୍ୱାରା ୧୯୮୭ରେ ପରଜା' ପ୍ରକାଶ ପାଇଥିଲା । ତାଙ୍କର ଅନେକ ଗପ ମଧ୍ୟ ଇଂରାଜୀ ଓ ବାକି ଭାଷାରେ ଅନୁବାଦ କରାଯାଇଛି । ତେବେ ନିରୁତା ଓଡ଼ିଆ ଭାଷାର ବ୍ୟବହାରରେ ବଳିଷ୍ଠ ତାଙ୍କଲେଖାକୁ ଅନୁବାଦ କଲାବେଳେ ଅନୁବାଦକମାନଙ୍କୁ ତାଙ୍କ ଲେଖାର ସେହି ଭାବକୁ ଅଣ-ଓଡ଼ିଆ ପାଠକମାନଙ୍କ ପାଖରେ ପହଞ୍ଚାଇବାକୁ ଅନେକ କଷ୍ଟ ସ୍ୱୀକାର କରିବାକୁ ପଡ଼ିଛି ।