ବୀଣାପାଣି ମହାନ୍ତି | |
---|---|
ଜନ୍ମ ଓ ଜନ୍ମସ୍ଥାନ | ବ୍ରହ୍ମପୁର, ଗଞ୍ଜାମ | ୧୧ ନଭେମ୍ବର ୧୯୩୬
ମୃତ୍ୟୁ | ୨୪ ଅପ୍ରେଲ ୨୦୨୨ | (ବୟସ ୮୫)
ବୃତ୍ତି | ଅଧ୍ୟାପିକା |
ଭାଷା | ଓଡ଼ିଆ, ଇଂରାଜୀ |
ନାଗରିକତା | ଭାରତୀୟ |
ଶିକ୍ଷା | ସ୍ନାତକୋତ୍ତର (ଅର୍ଥନୀତି)[୧] |
ଶିକ୍ଷାନୁଷ୍ଠାନ | ରେଭେନ୍ସା ମହାବିଦ୍ୟାଳୟ |
ସାହିତ୍ୟ କୃତି | ପାଟଦେଇ କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ |
ପୁରସ୍କାର | କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଶାରଳା ପୁରସ୍କାର |
ସମ୍ପର୍କୀୟ | ନିରୁପମା ରଥ (ବଡ଼ ଭଉଣୀ) |
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।[୨]
ବୀଣାପାଣି ମହାନ୍ତିଙ୍କ ଜନ୍ମ ୧୯୩୬ ମସିହାରେ ବ୍ରହ୍ମପୁରରେ ହୋଇଥିଲା । ମାତ୍ର ତାଙ୍କ ପୈତୃକ ଗୃହ କେନ୍ଦ୍ରାପଡ଼ା ନିକଟସ୍ଥ ଚାନ୍ଦୋଳଠାରେ ଥିଲା । ସେ ୧୯୫୩ ମସିହାରେ ମାଟ୍ରିକ, ୧୯୫୭ରେ ଅର୍ଥନୀତିରେ ସ୍ନାତକ ଓ ୧୯୫୯ରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହୋଇଥିଲେ । ସେ ଆଜୀବନ ଅବିବାହିତା ଥିଲେ ।[୩] ୧୯୬୦ ମସିହାରେ ସେ ଜଣେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଓ ୧୯୯୨ରେ ଏଥିରୁ ଅବସର ଗ୍ରହଣ କରିଥିଲେ । ତାଙ୍କର ସାହିତ୍ୟିକ ଜୀବନ କବିତା ଲେଖାରୁ ଆରମ୍ଭ ହୋଇଥିଲା ।
ବୀଣାପାଣି ମହାନ୍ତି ପ୍ରଥମେ କବିତା ରଚନା ଆରମ୍ଭ କରି ପରବର୍ତ୍ତୀ ସମୟରେ ଗଳ୍ପ ଓ ଉପନ୍ୟାସ ମଧ୍ୟ ରଚନା କରିଥିଲେ । ୧୯୫୫ ମସିହାରେ ତାଙ୍କର ପ୍ରଥମ କବିତା "ତନ୍ଦ୍ରାହତ" ପ୍ରଜାତନ୍ତ୍ର ନାରୀମହଲରେ ପ୍ରକାଶ ପାଇଥିଲା । ୧୯୫୭ ମସିହାରେ ତାଙ୍କର ପ୍ରଥମ ଗଳ୍ପ "ଗୋଟିଏ ରାତ୍ରୀର କାହାଣୀ" ରବିବାର ପ୍ରଜାତନ୍ତ୍ରରେ ପ୍ରକାଶ ପାଇଥିଲା । ୧୯୬୧ ମସିହାରେ ତାଙ୍କ ଗଳ୍ପ "ନାଉଗଛ" ତାଙ୍କୁ ବହୁ ପାଠକୀୟ ସ୍ୱୀକୃତି ଆଣି ଦେଇଥିଲା । ପରେ ସେ କବିତା ଛାଡ଼ି ସମ୍ପୂର୍ଣ୍ଣ ଭାବରେ ଗଳ୍ପ ଲେଖିବାକୁ ଲାଗିଥିଲେ । ତାଙ୍କର ରଚନା ମୁଖ୍ୟତଃ ଚଳନ୍ତି ଜନଜୀବନକୁ ଭିତ୍ତି କରି । ସେ "ନାଉଗଛ" ଗଳ୍ପଟି ବାଲେଶ୍ୱର କୁନ୍ତଳା କୁମାରୀ ମହାବିଦ୍ୟାଳୟରେ ଅଧ୍ୟାପନା ସମୟରେ ଲେଖିଥିଲେ । କଲେଜରେ ଆପେ ଆପେ ମାଡ଼ିଥିବା ନାଉଗଛ ଥିଲା ଏ ଗଳ୍ପ ପଛର ପ୍ରେରଣା । ସେହିପରି ପାଟଦେଈ ଗଳ୍ପଟି ଭୁବନେଶ୍ୱରର ରସୁଲଗଡ଼ ଛକରେ ବସରେ ଜୋର କରି ଠେଲି ବସାଯାଇଥିବା ଏକ ଝିଅକୁ ଦେଖି ଲେଖାଯାଇଥିଲା ।
୨୦୨୨ ମସିହା ଅପ୍ରେଲ ୨୪ ତାରିଖରେ ୮୫ ବର୍ଷ ବୟସରେ ବୀଣାପାଣି ମହାନ୍ତିଙ୍କର ଦେହାନ୍ତ ହୋଇଥିଲା ।[୧୨]
She graduated from Ravenshaw College with a master's degree in economics in 1959
{{cite web}}
: Check date values in: |accessdate=
(help)
{{cite news}}
: CS1 maint: bot: original URL status unknown (link)
{{cite web}}
: Check date values in: |accessdate=
(help)
Celebrated writer Binapani Mohanty was conferred the coveted literary award - Sarala Puraskar - for 2010